35ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।
36ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।
37ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।