ମାର୍କ 8

ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍‌ମନୂଥା ଅଞ୍ଚଳକୁ ଆସିଲେ।

Mark 8:10 (UKJV) And immediately he entered into a ship with his disciples, and came into the parts of Dalmanutha.

8ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ଟୋକେଇ ବଳକା ଭଙ୍ଗା ରୁଟି ଉଠାଇଲେ।

9ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ।

10ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍‌ମନୂଥା ଅଞ୍ଚଳକୁ ଆସିଲେ।

11ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।

12ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, “ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.