1ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
2“ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ।
3ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି।”
4ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରିପାରିବ?