ମାର୍କ 8

ପରେ ସେମାନେ ବେଥ୍‌ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ।

Mark 8:22 (UKJV) And he comes to Bethsaida; and they bring a blind man unto him, and besought him to touch him.

20“ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗା ଖଣ୍ତ ଉଠାଇ ନେଇଥିଲ?” ସେମାନେ କହିଲେ, ସାତ ଟୋକେଇ।

21ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ?”

22ପରେ ସେମାନେ ବେଥ୍‌ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ।

23ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?

24ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.