ମାର୍କ 8

ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”

Mark 8:26 (UKJV) And he sent him away to his house, saying, Neither go into the town, nor tell it to any in the town.

24ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି।

25ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା।

26ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”

27ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମୁଁ କିଏ ବୋଲି ଲୋକେ କଅଣ କହନ୍ତି?”

28ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.