33କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”
34ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
35କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
36ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?
37ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?