36ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ?
37ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
38ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।”