5ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି।
6ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ।
7ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ।
8ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ଟୋକେଇ ବଳକା ଭଙ୍ଗା ରୁଟି ଉଠାଇଲେ।
9ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ।