9ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକୁ କୁହ ନାହିଁ।
10ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ।
11ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
12ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି?
13କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।