11ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
12ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି?
13କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।
14ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।
15ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ।