ମାର୍କ 9

ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ।

Mark 9:3 (UKJV) And his raiment became shining, exceeding white as snow; so as no launderer on earth can white them.

1ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।

2ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।

3ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ।

4ପୁଣି, ମୋଶା ଏବଂ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ।

5ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.