ମାର୍କ 9

କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।

Mark 9:32 (UKJV) But they understood not that saying, and were afraid to ask him.

30ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;

31କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ।

32କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।

33ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?

34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.