ମାର୍କ 9

ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।

Mark 9:35 (UKJV) And he sat down, and called the twelve, and says unto them, If any man desire to be first, the same shall be last of all, and servant of all.

33ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?

34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।

35ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।

36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,

37ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.