ମାର୍କ 9

ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।

Mark 9:38 (UKJV) And John answered him, saying, Master, we saw one casting out devils in your name, and he follows not us: and we forbad him, because he follows not us.

36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,

37ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।

39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍‍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ;

40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.