38ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।
39କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ମହତର କାର୍ଯ୍ୟ କରି ହଠାତ୍ ମୋହର ନିନ୍ଦା କରିପାରିବ, ଏପରି ଲୋକ କେହି ନାହିଁ;
40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।
41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
42ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।