ମାର୍କ 9

ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।

Mark 9:42 (UKJV) And whosoever shall offend one of these little ones that believe in me, it is better for him that a millstone were hanged about his neck, and he were cast into the sea.

40କାରଣ ଯେ ଆମ୍ଭମାନଙ୍କ ବିପକ୍ଷ ନୁହେଁ, ସେ ଆମ୍ଭମାନଙ୍କର ସପକ୍ଷ।

41ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯେ କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦେବ, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।

42ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।

43ପୁଣି, ତୁମ୍ଭର ହସ୍ତ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ; ଦୁଇ ହସ୍ତ ଘେନି ନର୍କ, ଅର୍ଥାତ୍‍ ଅନିର୍ବାଣ ଅଗ୍ନି ମଧ୍ୟକୁ ଯିବା ଅପେକ୍ଷା ବରଂ ପଙ୍ଗୁ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।

44[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.