45ଆଉ, ତୁମ୍ଭର ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟିପକାଅ, ଦୁଇ ପାଦ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ।
46[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।]
47ପୁଣି, ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ପକାଅ; ଦୁଇ ଚକ୍ଷୁ ଘେନି ନର୍କରେ ପଡ଼ିବା ଅପେକ୍ଷା ବରଂ ଏକ ଚକ୍ଷୁ ଘେନି ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ;
48କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ।
49ଯେଣୁ ପ୍ରତ୍ୟେକ ଜଣ ଅଗ୍ନିରେ ଲବଣାକ୍ତ ହେବ।