4ପୁଣି, ମୋଶା ଏବଂ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବାର ସେମାନେ ଦେଖିଲେ।
5ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ।
6କାରଣ ଯୀଶୁ କି ଉତ୍ତର ଦେବେ ବୋଲି ଜାଣି ନ ଥିଲେ, ସେଥିପାଇଁ ସେମାନେ ଅତ୍ୟନ୍ତ ଭୀତ ହୋଇଥିଲେ।
7ପୁଣି, ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କ ବାକ୍ୟ ଶ୍ରବଣ କର।
8ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ।