15ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,
16ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।
17ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।
18ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା।
19ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।