ମାଥିଉ 1

ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,

Matthew 1:22 (UKJV) Now all this was done, that it might be fulfilled which was spoken of the Lord by the prophet, saying,

20କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।

21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”

22ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,

23“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”

24ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.