15ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।”
16“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
17ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,
18ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।
19କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।