ମାଥିଉ 10

ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।

Matthew 10:20 (UKJV) For it is not all of you that speak, but the Spirit of your Father which speaks in you.

18ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।

19କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ।

20ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି।

21ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।

22ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.