21ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ।
22ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
23କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ।
24ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।
25ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”