24ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।
25ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”
26“ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
27ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।
28ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।