ମାଥିଉ 10

ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।

Matthew 10:27 (UKJV) What I tell you in darkness, that speak all of you in light: and what all of you hear in the ear, that preach all of you upon the housetops.

25ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍‌ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।”

26“ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।

27ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।

28ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।

29ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.