26“ଅତଏବ ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
27ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି, ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘର ଛାତ ଉପରେ ଘୋଷଣା କର।
28ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।
29ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
30କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି।