29ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
30କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି।
31ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
32“ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି।
33ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।”