34“ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି।
35କାରଣ ମୁଁ ‘ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢ଼ାଇବାକୁ ଆସିଅଛି,
36ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ।’
37ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
38ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।