36ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ।’
37ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
38ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।
39ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”
40“ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।