ମାଥିଉ 10

ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”

Matthew 10:39 (UKJV) He that finds his life shall lose it: and he that loses his life for my sake shall find it.

37ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।

38ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।

39ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”

40“ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

41ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.