ମାଥିଉ 10

“ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

Matthew 10:40 (UKJV) He that receives you receives me, and he that receives me receives him that sent me.

38ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ।

39ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”

40“ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।

41ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।

42ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.