3ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,
4କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।
5ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
6ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।
7ପୁଣି, ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର।