17‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’
18କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ‘ସେ ଭୂତଗ୍ରସ୍ତ।’
19ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”
20ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।
21“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।