ମାଥିଉ 11

ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,

Matthew 11:2 (UKJV) Now when John had heard in the prison the works of Christ, he sent two of his disciples,

1ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ।

2ଏଥିମଧ୍ୟରେ ବାପ୍ତିଜକ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ,

3ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?

4ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣିଅଛ ଓ ଦେଖିଅଛ, ସେହିସବୁ ଯୋହନଙ୍କୁ ଜଣାଅ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.