ମାଥିଉ 11

“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।

Matthew 11:21 (UKJV) Woe unto you, Chorazin! woe unto you, Bethsaida! for if the mighty works, which were done in you, had been done in Tyre and Sidon, they would have repented long ago in sackcloth and ashes.

19ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”

20ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ-ପରିବର୍ତ୍ତନ କରି ନ ଥିଲେ।

21“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।

22ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।

23ଆଉ ରେ କଫର୍ନାହୂମ, ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.