ମାଥିଉ 11

ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।

Matthew 11:27 (UKJV) All things are delivered unto me of my Father: and no man knows the Son, but the Father; neither knows any man the Father, save the Son, and he to whomsoever the Son will reveal him.

25ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;

26ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।

27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।

28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।

29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.