ମାଥିଉ 11

ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।

Matthew 11:28 (UKJV) Come unto me, all you that labour and are heavy laden, and I will give you rest.

26ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।

27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।

28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।

29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;

30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.