12ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।
13ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।
14କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।
15ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
16ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,