22ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
23ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଅଣ ଦାଉଦଙ୍କ ସନ୍ତାନ ନୁହଁନ୍ତି?
24ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
25କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।
26ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?