27ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
28କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
29ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ।
30ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।
31ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।