ମାଥିଉ 12

ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?

Matthew 12:3 (UKJV) But he said unto them, Have all of you not read what David did, when he was an hungered, and they that were with him;

1ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ।

2କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।

3ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?

4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।

5କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.