32ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”
33“ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।
34ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
35ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।
36କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;