34ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
35ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।
36କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
37ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”
38ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।