38ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।
39କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
40କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
41ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
42ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”