40କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
41ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
42ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
43“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ।
44ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ।