42ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
43“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ।
44ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ।
45ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।”
46ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।