9ଯିଏ ଶୁଣିବାକୁ ଇଚ୍ଛା କରୁଅଛି, ସେ ଶୁଣୁ।”
10ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ, ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି?
11ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।
12ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
13‘ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।