12ଯେଣୁ ଯାହାର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ।
13‘ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ; ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି।
14ଆଉ ଯିଶାଇୟ ଭାବବାଦୀଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
15କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’
16କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।