15କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’
16କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।
17କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
18“ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ।
19ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।