16କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ, ଯେଣୁ ତାହା ଦେଖେ; ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ, ଯେଣୁ ତାହା ଶୁଣେ।
17କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
18“ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ।
19ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
20ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,